ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 1 (IRVOR)
ପ୍ରକୃତ ଧାର୍ମିକତା ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକ ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋ' ପ୍ରତି କ୍ଳାନ୍ତଜନକ ନୁହେଁ, ବରଂ ସେହି ସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 2 (IRVOR)
କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 3 (IRVOR)
କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 4 (IRVOR)
ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 5 (IRVOR)
ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 6 (IRVOR)
ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 7 (IRVOR)
କିନ୍ତୁ ଯାହାସବୁ ମୋ' ପକ୍ଷରେ ଲାଭଜନକ ଥିଲା, ସେହି ସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 8 (IRVOR)
ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 9 (IRVOR)
ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 10 (IRVOR)
ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 11 (IRVOR)
ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 12 (IRVOR)
ଲକ୍ଷ୍ୟ ସ୍ଥଳକୁ ଦୌଡ଼ିବା ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 13 (IRVOR)
ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 14 (IRVOR)
ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 15 (IRVOR)
ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 16 (IRVOR)
କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 17 (IRVOR)
ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 18 (IRVOR)
କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 19 (IRVOR)
ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 20 (IRVOR)
ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 21 (IRVOR)
ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21