ହିତୋପଦେଶ 16 : 1 (IRVOR)
ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।
ହିତୋପଦେଶ 16 : 2 (IRVOR)
ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।
ହିତୋପଦେଶ 16 : 3 (IRVOR)
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ହିତୋପଦେଶ 16 : 4 (IRVOR)
ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
ହିତୋପଦେଶ 16 : 5 (IRVOR)
ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
ହିତୋପଦେଶ 16 : 6 (IRVOR)
ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
ହିତୋପଦେଶ 16 : 7 (IRVOR)
ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
ହିତୋପଦେଶ 16 : 8 (IRVOR)
ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ।
ହିତୋପଦେଶ 16 : 9 (IRVOR)
ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
ହିତୋପଦେଶ 16 : 10 (IRVOR)
ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।
ହିତୋପଦେଶ 16 : 11 (IRVOR)
ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
ହିତୋପଦେଶ 16 : 12 (IRVOR)
କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
ହିତୋପଦେଶ 16 : 13 (IRVOR)
ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି।
ହିତୋପଦେଶ 16 : 14 (IRVOR)
ରାଜାର କ୍ରୋଧ ମୃତ୍ୟୁୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।
ହିତୋପଦେଶ 16 : 15 (IRVOR)
ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ
ହିତୋପଦେଶ 16 : 16 (IRVOR)
ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
ହିତୋପଦେଶ 16 : 17 (IRVOR)
ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
ହିତୋପଦେଶ 16 : 18 (IRVOR)
ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
ହିତୋପଦେଶ 16 : 19 (IRVOR)
ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ।
ହିତୋପଦେଶ 16 : 20 (IRVOR)
ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
ହିତୋପଦେଶ 16 : 21 (IRVOR)
ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।
ହିତୋପଦେଶ 16 : 22 (IRVOR)
ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
ହିତୋପଦେଶ 16 : 23 (IRVOR)
ଜ୍ଞାନବାନ‌‌ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।
ହିତୋପଦେଶ 16 : 24 (IRVOR)
ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
ହିତୋପଦେଶ 16 : 25 (IRVOR)
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ।
ହିତୋପଦେଶ 16 : 26 (IRVOR)
ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।
ହିତୋପଦେଶ 16 : 27 (IRVOR)
ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
ହିତୋପଦେଶ 16 : 28 (IRVOR)
କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
ହିତୋପଦେଶ 16 : 29 (IRVOR)
ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।
ହିତୋପଦେଶ 16 : 30 (IRVOR)
ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ।
ହିତୋପଦେଶ 16 : 31 (IRVOR)
ପକ୍ୱ କେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
ହିତୋପଦେଶ 16 : 32 (IRVOR)
ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
ହିତୋପଦେଶ 16 : 33 (IRVOR)
ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: