ହିତୋପଦେଶ 20 : 1 (IRVOR)
ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
ହିତୋପଦେଶ 20 : 2 (IRVOR)
ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
ହିତୋପଦେଶ 20 : 3 (IRVOR)
ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
ହିତୋପଦେଶ 20 : 4 (IRVOR)
ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
ହିତୋପଦେଶ 20 : 5 (IRVOR)
ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
ହିତୋପଦେଶ 20 : 6 (IRVOR)
ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ ?
ହିତୋପଦେଶ 20 : 7 (IRVOR)
ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
ହିତୋପଦେଶ 20 : 8 (IRVOR)
ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।
ହିତୋପଦେଶ 20 : 9 (IRVOR)
ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ ?
ହିତୋପଦେଶ 20 : 10 (IRVOR)
ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
ହିତୋପଦେଶ 20 : 11 (IRVOR)
ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
ହିତୋପଦେଶ 20 : 12 (IRVOR)
ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
ହିତୋପଦେଶ 20 : 13 (IRVOR)
ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
ହିତୋପଦେଶ 20 : 14 (IRVOR)
କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
ହିତୋପଦେଶ 20 : 15 (IRVOR)
ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
ହିତୋପଦେଶ 20 : 16 (IRVOR)
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
ହିତୋପଦେଶ 20 : 17 (IRVOR)
ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।
ହିତୋପଦେଶ 20 : 18 (IRVOR)
ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
ହିତୋପଦେଶ 20 : 19 (IRVOR)
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
ହିତୋପଦେଶ 20 : 20 (IRVOR)
ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
ହିତୋପଦେଶ 20 : 21 (IRVOR)
ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
ହିତୋପଦେଶ 20 : 22 (IRVOR)
ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
ହିତୋପଦେଶ 20 : 23 (IRVOR)
ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
ହିତୋପଦେଶ 20 : 24 (IRVOR)
ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ?
ହିତୋପଦେଶ 20 : 25 (IRVOR)
ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
ହିତୋପଦେଶ 20 : 26 (IRVOR)
ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
ହିତୋପଦେଶ 20 : 27 (IRVOR)
ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
ହିତୋପଦେଶ 20 : 28 (IRVOR)
ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
ହିତୋପଦେଶ 20 : 29 (IRVOR)
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
ହିତୋପଦେଶ 20 : 30 (IRVOR)
କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: