ହିତୋପଦେଶ 21 : 1 (IRVOR)
ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
ହିତୋପଦେଶ 21 : 2 (IRVOR)
ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
ହିତୋପଦେଶ 21 : 3 (IRVOR)
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
ହିତୋପଦେଶ 21 : 4 (IRVOR)
ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
ହିତୋପଦେଶ 21 : 5 (IRVOR)
କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।
ହିତୋପଦେଶ 21 : 6 (IRVOR)
ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
ହିତୋପଦେଶ 21 : 7 (IRVOR)
ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।
ହିତୋପଦେଶ 21 : 8 (IRVOR)
ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
ହିତୋପଦେଶ 21 : 9 (IRVOR)
କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
ହିତୋପଦେଶ 21 : 10 (IRVOR)
ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
ହିତୋପଦେଶ 21 : 11 (IRVOR)
ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।
ହିତୋପଦେଶ 21 : 12 (IRVOR)
ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।
ହିତୋପଦେଶ 21 : 13 (IRVOR)
ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।
ହିତୋପଦେଶ 21 : 14 (IRVOR)
ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
ହିତୋପଦେଶ 21 : 15 (IRVOR)
ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
ହିତୋପଦେଶ 21 : 16 (IRVOR)
ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
ହିତୋପଦେଶ 21 : 17 (IRVOR)
ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
ହିତୋପଦେଶ 21 : 18 (IRVOR)
ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
ହିତୋପଦେଶ 21 : 19 (IRVOR)
କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
ହିତୋପଦେଶ 21 : 20 (IRVOR)
ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
ହିତୋପଦେଶ 21 : 21 (IRVOR)
ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।
ହିତୋପଦେଶ 21 : 22 (IRVOR)
ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।
ହିତୋପଦେଶ 21 : 23 (IRVOR)
ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
ହିତୋପଦେଶ 21 : 24 (IRVOR)
ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
ହିତୋପଦେଶ 21 : 25 (IRVOR)
ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
ହିତୋପଦେଶ 21 : 26 (IRVOR)
କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
ହିତୋପଦେଶ 21 : 27 (IRVOR)
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
ହିତୋପଦେଶ 21 : 28 (IRVOR)
ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।
ହିତୋପଦେଶ 21 : 29 (IRVOR)
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।
ହିତୋପଦେଶ 21 : 30 (IRVOR)
ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
ହିତୋପଦେଶ 21 : 31 (IRVOR)
ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: