ହିତୋପଦେଶ 22 : 1 (IRVOR)
ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।
ହିତୋପଦେଶ 22 : 2 (IRVOR)
ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।
ହିତୋପଦେଶ 22 : 3 (IRVOR)
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।
ହିତୋପଦେଶ 22 : 4 (IRVOR)
ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
ହିତୋପଦେଶ 22 : 5 (IRVOR)
କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
ହିତୋପଦେଶ 22 : 6 (IRVOR)
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ହିତୋପଦେଶ 22 : 7 (IRVOR)
ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
ହିତୋପଦେଶ 22 : 8 (IRVOR)
ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
ହିତୋପଦେଶ 22 : 9 (IRVOR)
ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
ହିତୋପଦେଶ 22 : 10 (IRVOR)
ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
ହିତୋପଦେଶ 22 : 11 (IRVOR)
ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।
ହିତୋପଦେଶ 22 : 12 (IRVOR)
ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।
ହିତୋପଦେଶ 22 : 13 (IRVOR)
ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
ହିତୋପଦେଶ 22 : 14 (IRVOR)
ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
ହିତୋପଦେଶ 22 : 15 (IRVOR)
ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।
ହିତୋପଦେଶ 22 : 16 (IRVOR)
ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
ହିତୋପଦେଶ 22 : 17 (IRVOR)
ତିରିଶଟି ଜ୍ଞାନର କଥା ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ।
ହିତୋପଦେଶ 22 : 18 (IRVOR)
ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।
ହିତୋପଦେଶ 22 : 19 (IRVOR)
ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।
ହିତୋପଦେଶ 22 : 20 (IRVOR)
ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
ହିତୋପଦେଶ 22 : 21 (IRVOR)
ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ’ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ ?
ହିତୋପଦେଶ 22 : 22 (IRVOR)
ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
ହିତୋପଦେଶ 22 : 23 (IRVOR)
ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
ହିତୋପଦେଶ 22 : 24 (IRVOR)
ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
ହିତୋପଦେଶ 22 : 25 (IRVOR)
କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
ହିତୋପଦେଶ 22 : 26 (IRVOR)
ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ।
ହିତୋପଦେଶ 22 : 27 (IRVOR)
ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ ?
ହିତୋପଦେଶ 22 : 28 (IRVOR)
ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।
ହିତୋପଦେଶ 22 : 29 (IRVOR)
ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29