ହିତୋପଦେଶ 24 : 1 (IRVOR)
ତୁମ୍ଭେ ମନ୍ଦ ଲୋକମାନଙ୍କ ପ୍ରତି ଈର୍ଷା କର ନାହିଁ, ପୁଣି, ସେମାନଙ୍କର ସଙ୍ଗୀ ହେବାକୁ ବାଞ୍ଛା କର ନାହିଁ।
ହିତୋପଦେଶ 24 : 2 (IRVOR)
କାରଣ ସେମାନଙ୍କ ଅନ୍ତଃକରଣ ଦୌରାତ୍ମ୍ୟ କଳ୍ପନା କରେ, ପୁଣି, ସେମାନଙ୍କ ଓଷ୍ଠ ଅନିଷ୍ଟ କଥା କହେ।
ହିତୋପଦେଶ 24 : 3 (IRVOR)
ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
ହିତୋପଦେଶ 24 : 4 (IRVOR)
ଜ୍ଞାନରେ ତାହାର କୋଠରିସବୁ ବହୁମୂଲ୍ୟ ଓ ମନୋରମ ବସ୍ତୁରେ ପରିପୂର୍ଣ୍ଣ ହୁଏ।
ହିତୋପଦେଶ 24 : 5 (IRVOR)
ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।
ହିତୋପଦେଶ 24 : 6 (IRVOR)
ଅବଶ୍ୟ ତୁମ୍ଭେ ଭଲ ପରାମର୍ଶ ଘେନି ଆପଣା ଯୁଦ୍ଧ କରିବ; ଆଉ, ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ।
ହିତୋପଦେଶ 24 : 7 (IRVOR)
ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।
ହିତୋପଦେଶ 24 : 8 (IRVOR)
ଯେଉଁ ଲୋକ ମନ୍ଦ କରିବାକୁ ଚିନ୍ତା କରେ, ଲୋକମାନେ ତାହାକୁ କୁସନ୍ଧାନୀ ବୋଲି କହିବେ।
ହିତୋପଦେଶ 24 : 9 (IRVOR)
ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।
ହିତୋପଦେଶ 24 : 10 (IRVOR)
ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।
ହିତୋପଦେଶ 24 : 11 (IRVOR)
ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।
ହିତୋପଦେଶ 24 : 12 (IRVOR)
ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ?
ହିତୋପଦେଶ 24 : 13 (IRVOR)
ହେ ମୋହର ପୁତ୍ର, ତୁମ୍ଭେ ମଧୁ ଖାଅ, ଯେହେତୁ ତାହା ଭଲ; ପୁଣି, ମଧୁଚାକ ଖାଅ, ଯେହେତୁ ତାହା ତୁମ୍ଭ ତୁଣ୍ଡକୁ ସୁସ୍ୱାଦୁ ଲାଗିବ।
ହିତୋପଦେଶ 24 : 14 (IRVOR)
ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
ହିତୋପଦେଶ 24 : 15 (IRVOR)
ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମସ୍ଥାନ ଲୁଟ କର ନାହିଁ।
ହିତୋପଦେଶ 24 : 16 (IRVOR)
ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।
ହିତୋପଦେଶ 24 : 17 (IRVOR)
ତୁମ୍ଭର ଶତ୍ରୁ ପତିତ ହେଲେ ଆନନ୍ଦ କର ନାହିଁ, ମଧ୍ୟ ସେ ଝୁଣ୍ଟି ପଡ଼ିଲେ, ତୁମ୍ଭର ଚିତ୍ତ ହୃଷ୍ଟ ନ ହେଉ;
ହିତୋପଦେଶ 24 : 18 (IRVOR)
କେଜାଣି ସଦାପ୍ରଭୁ ତାହା ଦେଖି ଅସନ୍ତୁଷ୍ଟ ହୁଅନ୍ତି ଓ ତାହାଠାରୁ ଆପଣା କ୍ରୋଧ ଫେରାନ୍ତି।
ହିତୋପଦେଶ 24 : 19 (IRVOR)
ମନ୍ଦକର୍ମକାରୀମାନଙ୍କ ସକାଶୁ ବିରକ୍ତ ହୁଅ ନାହିଁ; ପୁଣି, ଦୁଷ୍ଟମାନଙ୍କ ପ୍ରତି ଈର୍ଷା କର ନାହିଁ।
ହିତୋପଦେଶ 24 : 20 (IRVOR)
କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
ହିତୋପଦେଶ 24 : 21 (IRVOR)
ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।
ହିତୋପଦେଶ 24 : 22 (IRVOR)
କାରଣ ହଠାତ୍‍ ସେମାନଙ୍କର ବିପଦ ଘଟିବ; ପୁଣି, ସେହି ଉଭୟର ସଂହାର କିଏ ଜାଣେ ?
ହିତୋପଦେଶ 24 : 23 (IRVOR)
ଏସବୁ ମଧ୍ୟ ଜ୍ଞାନୀମାନଙ୍କ କଥା। ବିଚାରରେ ମନୁଷ୍ୟର ମୁଖାପେକ୍ଷା କରିବା ଭଲ ନୁହେଁ।
ହିତୋପଦେଶ 24 : 24 (IRVOR)
ଦୁଷ୍ଟକୁ ଯେ କହେ, ତୁମ୍ଭେ ଧାର୍ମିକ, ତାହାକୁ ଲୋକେ ଅଭିଶାପ ଦେବେ, ଗୋଷ୍ଠୀୟମାନେ ତାହାକୁ ଘୃଣା କରିବେ।
ହିତୋପଦେଶ 24 : 25 (IRVOR)
ମାତ୍ର ଯେଉଁମାନେ ତାହାକୁ ଅନୁଯୋଗ କରନ୍ତି, ସେମାନଙ୍କର ଆନନ୍ଦ ହେବ; ପୁଣି, ଉତ୍ତମ ଆଶୀର୍ବାଦ ସେମାନଙ୍କ ଉପରେ ବର୍ତ୍ତେ।
ହିତୋପଦେଶ 24 : 26 (IRVOR)
ଯେ ଯଥାର୍ଥ ଉତ୍ତର ଦିଏ, ସେ ଓଷ୍ଠାଧର ଚୁମ୍ବନ କରେ।
ହିତୋପଦେଶ 24 : 27 (IRVOR)
ବାହାରେ ତୁମ୍ଭ କାର୍ଯ୍ୟର ଆୟୋଜନ କର, କ୍ଷେତ୍ରରେ ଆପଣା ନିମନ୍ତେ ତାହା ପ୍ରସ୍ତୁତ କର; ତହିଁ ଉତ୍ତାରେ ଆପଣା ଗୃହ ନିର୍ମାଣ କର।
ହିତୋପଦେଶ 24 : 28 (IRVOR)
ଅକାରଣରେ ତୁମ୍ଭ ପ୍ରତିବାସୀ ବିପକ୍ଷରେ ସାକ୍ଷୀ ହୁଅ ନାହିଁ ଓ ତୁମ୍ଭ ଓଷ୍ଠ ଦ୍ୱାରା ପ୍ରତାରଣା କର ନାହିଁ।
ହିତୋପଦେଶ 24 : 29 (IRVOR)
ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ।
ହିତୋପଦେଶ 24 : 30 (IRVOR)
ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।
ହିତୋପଦେଶ 24 : 31 (IRVOR)
ପୁଣି, ଦେଖ, ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି ଓ ବିଛୁଆତି ତହିଁ ଉପରେ ବ୍ୟାପ୍ତ ଅଛି, ତହିଁର ପଥର ପାଚେରୀସବୁ ଭଗ୍ନ ହୋଇଅଛି।
ହିତୋପଦେଶ 24 : 32 (IRVOR)
ତହୁଁ ମୁଁ ଅନାଇଲି, ପୁଣି, ମନୋଯୋଗ କଲି; ମୁଁ ଦେଖିଲି ଓ ଉପଦେଶ ପାଇଲି।
ହିତୋପଦେଶ 24 : 33 (IRVOR)
ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
ହିତୋପଦେଶ 24 : 34 (IRVOR)
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭ ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: