ହିତୋପଦେଶ 26 : 1 (IRVOR)
ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।
ହିତୋପଦେଶ 26 : 2 (IRVOR)
ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।
ହିତୋପଦେଶ 26 : 3 (IRVOR)
ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।
ହିତୋପଦେଶ 26 : 4 (IRVOR)
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।
ହିତୋପଦେଶ 26 : 5 (IRVOR)
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
ହିତୋପଦେଶ 26 : 6 (IRVOR)
ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
ହିତୋପଦେଶ 26 : 7 (IRVOR)
ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ-ବାକ୍ୟ।
ହିତୋପଦେଶ 26 : 8 (IRVOR)
ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ।
ହିତୋପଦେଶ 26 : 9 (IRVOR)
ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।
ହିତୋପଦେଶ 26 : 10 (IRVOR)
ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
ହିତୋପଦେଶ 26 : 11 (IRVOR)
ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।
ହିତୋପଦେଶ 26 : 12 (IRVOR)
ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
ହିତୋପଦେଶ 26 : 13 (IRVOR)
ଅଳସୁଆ କହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।
ହିତୋପଦେଶ 26 : 14 (IRVOR)
ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
ହିତୋପଦେଶ 26 : 15 (IRVOR)
ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
ହିତୋପଦେଶ 26 : 16 (IRVOR)
ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
ହିତୋପଦେଶ 26 : 17 (IRVOR)
ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
ହିତୋପଦେଶ 26 : 18 (IRVOR)
ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
ହିତୋପଦେଶ 26 : 19 (IRVOR)
ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, ମୁଁ କ’ଣ କୌତୁକ କରୁ ନାହିଁ ? ସେ ସେପରି।
ହିତୋପଦେଶ 26 : 20 (IRVOR)
କାଷ୍ଠ ଶେଷ ହେଲେ ଅଗ୍ନି ନିଭି ଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
ହିତୋପଦେଶ 26 : 21 (IRVOR)
ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
ହିତୋପଦେଶ 26 : 22 (IRVOR)
କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
ହିତୋପଦେଶ 26 : 23 (IRVOR)
ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକାପାତ୍ର ତୁଲ୍ୟ।
ହିତୋପଦେଶ 26 : 24 (IRVOR)
ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
ହିତୋପଦେଶ 26 : 25 (IRVOR)
ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତଟା ଘୃଣ୍ୟ ବିଷୟ ଥାଏ।
ହିତୋପଦେଶ 26 : 26 (IRVOR)
ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।
ହିତୋପଦେଶ 26 : 27 (IRVOR)
ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।
ହିତୋପଦେଶ 26 : 28 (IRVOR)
ମିଥ୍ୟାବାଦୀ-ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: