ହିତୋପଦେଶ 27 : 1 (IRVOR)
ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।
ହିତୋପଦେଶ 27 : 2 (IRVOR)
ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।
ହିତୋପଦେଶ 27 : 3 (IRVOR)
ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।
ହିତୋପଦେଶ 27 : 4 (IRVOR)
କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇ ପାରେ ?
ହିତୋପଦେଶ 27 : 5 (IRVOR)
ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।
ହିତୋପଦେଶ 27 : 6 (IRVOR)
ପ୍ରେମକାରୀର କ୍ଷତ ବିଶ୍ୱାସନୀୟ; ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
ହିତୋପଦେଶ 27 : 7 (IRVOR)
ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ; ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।
ହିତୋପଦେଶ 27 : 8 (IRVOR)
ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
ହିତୋପଦେଶ 27 : 9 (IRVOR)
ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୁପ କରେ।
ହିତୋପଦେଶ 27 : 10 (IRVOR)
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
ହିତୋପଦେଶ 27 : 11 (IRVOR)
ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋ’ ମନକୁ ଆହ୍ଲାଦିତ କର; ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।
ହିତୋପଦେଶ 27 : 12 (IRVOR)
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।
ହିତୋପଦେଶ 27 : 13 (IRVOR)
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
ହିତୋପଦେଶ 27 : 14 (IRVOR)
ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।
ହିତୋପଦେଶ 27 : 15 (IRVOR)
ଭାରୀ ବୃଷ୍ଟିଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।
ହିତୋପଦେଶ 27 : 16 (IRVOR)
ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।
ହିତୋପଦେଶ 27 : 17 (IRVOR)
ଯେପରି ଲୁହା ଲୁହାକୁ ସତେଜ କରେ, ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
ହିତୋପଦେଶ 27 : 18 (IRVOR)
ଯେକେହି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।
ହିତୋପଦେଶ 27 : 19 (IRVOR)
ଯେପରି ଜଳ ମୁଖକୁ ମୁଖ ଦେଖାଏ, ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।
ହିତୋପଦେଶ 27 : 20 (IRVOR)
ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଇଚ୍ଛାସକଳ* ଇଚ୍ଛାସକଳ ଚକ୍ଷୁ କେତେବେଳେ ତୃପ୍ତ ନୁହେଁ।
ହିତୋପଦେଶ 27 : 21 (IRVOR)
କୋୟିରେ ରୂପା, ଉହ୍ମାଇରେ ସୁନା, ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ।
ହିତୋପଦେଶ 27 : 22 (IRVOR)
ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।
ହିତୋପଦେଶ 27 : 23 (IRVOR)
ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
ହିତୋପଦେଶ 27 : 24 (IRVOR)
କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କ’ଣ ପୁରୁଷାନୁକ୍ରମରେ ଥାଏ ?
ହିତୋପଦେଶ 27 : 25 (IRVOR)
ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।
ହିତୋପଦେଶ 27 : 26 (IRVOR)
ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।
ହିତୋପଦେଶ 27 : 27 (IRVOR)
ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27