ହିତୋପଦେଶ 28 : 1 (IRVOR)
କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
ହିତୋପଦେଶ 28 : 2 (IRVOR)
ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।
ହିତୋପଦେଶ 28 : 3 (IRVOR)
ଯେଉଁ ଦରିଦ୍ର ଲୋକ* ଦରିଦ୍ର ଲୋକ ଶାସକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
ହିତୋପଦେଶ 28 : 4 (IRVOR)
ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
ହିତୋପଦେଶ 28 : 5 (IRVOR)
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
ହିତୋପଦେଶ 28 : 6 (IRVOR)
ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
ହିତୋପଦେଶ 28 : 7 (IRVOR)
ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
ହିତୋପଦେଶ 28 : 8 (IRVOR)
ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
ହିତୋପଦେଶ 28 : 9 (IRVOR)
ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
ହିତୋପଦେଶ 28 : 10 (IRVOR)
ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
ହିତୋପଦେଶ 28 : 11 (IRVOR)
ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।
ହିତୋପଦେଶ 28 : 12 (IRVOR)
ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।
ହିତୋପଦେଶ 28 : 13 (IRVOR)
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
ହିତୋପଦେଶ 28 : 14 (IRVOR)
ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ,† ଭୟ ରଖେ, ସଦାପ୍ରଭୁଙ୍କୁ ଭୟ କରେ ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
ହିତୋପଦେଶ 28 : 15 (IRVOR)
ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
ହିତୋପଦେଶ 28 : 16 (IRVOR)
ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
ହିତୋପଦେଶ 28 : 17 (IRVOR)
ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
ହିତୋପଦେଶ 28 : 18 (IRVOR)
ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ।
ହିତୋପଦେଶ 28 : 19 (IRVOR)
ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
ହିତୋପଦେଶ 28 : 20 (IRVOR)
ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
ହିତୋପଦେଶ 28 : 21 (IRVOR)
ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
ହିତୋପଦେଶ 28 : 22 (IRVOR)
କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।
ହିତୋପଦେଶ 28 : 23 (IRVOR)
ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
ହିତୋପଦେଶ 28 : 24 (IRVOR)
ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।
ହିତୋପଦେଶ 28 : 25 (IRVOR)
ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
ହିତୋପଦେଶ 28 : 26 (IRVOR)
ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
ହିତୋପଦେଶ 28 : 27 (IRVOR)
ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ,‡ ଯେ ଆପଣା ଚକ୍ଷୁ ମୁଦେ, ଯେ ସାହାଯ୍ୟ କରିବାକୁ ମନା କରେ ସେ ଅନେକ ଅଭିଶାପ ପାଇବ।
ହିତୋପଦେଶ 28 : 28 (IRVOR)
ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28