ହିତୋପଦେଶ 30 : 1 (IRVOR)
ଆଗୁରର କଥା ଯାକିର ପୁତ୍ର ଆଗୁରର କଥା : ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ* ଈଥୀୟେଲ ଏହାର ଅର୍ଥ ହେ ପରମେଶ୍ଵର, ମୁଁ କ୍ଲାନ୍ତ ଅଟେ ଓ ଉକଲକୁ † ଉକଲକୁ ଏହାର ଅର୍ଥ ହେ ପରମେଶ୍ଵର ମୁଁ ସମ୍ପୂର୍ଣ୍ଣ ଭାବରେ କ୍ଲାନ୍ତ ଅଟେ କହେ :
ହିତୋପଦେଶ 30 : 2 (IRVOR)
ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି, ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ।
ହିତୋପଦେଶ 30 : 3 (IRVOR)
ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋ’ଠାରେ ନାହିଁ।
ହିତୋପଦେଶ 30 : 4 (IRVOR)
କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି ? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି ? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି ? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି ? ତାହାଙ୍କର ନାମ କଅଣ ? ତାହାଙ୍କ ପୁତ୍ରର ନାମ କଅଣ ? ଏହା ଯେବେ ଜାଣ, ତେବେ କୁହ।
ହିତୋପଦେଶ 30 : 5 (IRVOR)
ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
ହିତୋପଦେଶ 30 : 6 (IRVOR)
ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।
ହିତୋପଦେଶ 30 : 7 (IRVOR)
ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ।
ହିତୋପଦେଶ 30 : 8 (IRVOR)
ଅସାରତା ଓ ମିଥ୍ୟାକଥା ମୋ’ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋ’ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
ହିତୋପଦେଶ 30 : 9 (IRVOR)
ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
ହିତୋପଦେଶ 30 : 10 (IRVOR)
ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
ହିତୋପଦେଶ 30 : 11 (IRVOR)
ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
ହିତୋପଦେଶ 30 : 12 (IRVOR)
ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
ହିତୋପଦେଶ 30 : 13 (IRVOR)
ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
ହିତୋପଦେଶ 30 : 14 (IRVOR)
ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।
ହିତୋପଦେଶ 30 : 15 (IRVOR)
ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ। ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା।
ହିତୋପଦେଶ 30 : 16 (IRVOR)
ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି ଓ ଅଗ୍ନି, ଯେ କହେ ନାହିଁ, ଯଥେଷ୍ଟ ହେଲା।
ହିତୋପଦେଶ 30 : 17 (IRVOR)
ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
ହିତୋପଦେଶ 30 : 18 (IRVOR)
ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
ହିତୋପଦେଶ 30 : 19 (IRVOR)
ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
ହିତୋପଦେଶ 30 : 20 (IRVOR)
ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
ହିତୋପଦେଶ 30 : 21 (IRVOR)
ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହି ପାରେ ନାହିଁ;
ହିତୋପଦେଶ 30 : 22 (IRVOR)
ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
ହିତୋପଦେଶ 30 : 23 (IRVOR)
ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
ହିତୋପଦେଶ 30 : 24 (IRVOR)
ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
ହିତୋପଦେଶ 30 : 25 (IRVOR)
ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
ହିତୋପଦେଶ 30 : 26 (IRVOR)
ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
ହିତୋପଦେଶ 30 : 27 (IRVOR)
ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
ହିତୋପଦେଶ 30 : 28 (IRVOR)
ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
ହିତୋପଦେଶ 30 : 29 (IRVOR)
ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
ହିତୋପଦେଶ 30 : 30 (IRVOR)
ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
ହିତୋପଦେଶ 30 : 31 (IRVOR)
ଯୁଦ୍ଧାଶ୍ୱ‡ ଯୁଦ୍ଧାଶ୍ୱ ଅର୍ଥାତ୍ ଗର୍ବୀ ଗଞ୍ଜା ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
ହିତୋପଦେଶ 30 : 32 (IRVOR)
ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
ହିତୋପଦେଶ 30 : 33 (IRVOR)
କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33