ହିତୋପଦେଶ 5 : 1 (IRVOR)
ବ୍ୟଭିଚାର ବିରୁଦ୍ଧରେ ଚେତାବନୀ ହେ ମୋହର ପୁତ୍ର, ମୋ’ ଜ୍ଞାନରେ ମନ ଦିଅ; ମୋ’ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
ହିତୋପଦେଶ 5 : 2 (IRVOR)
ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
ହିତୋପଦେଶ 5 : 3 (IRVOR)
ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
ହିତୋପଦେଶ 5 : 4 (IRVOR)
କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
ହିତୋପଦେଶ 5 : 5 (IRVOR)
ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ;
ହିତୋପଦେଶ 5 : 6 (IRVOR)
ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
ହିତୋପଦେଶ 5 : 7 (IRVOR)
ଏହେତୁ ହେ ମୋହର ପୁତ୍ରମାନେ, ମୋ’ କଥା ଶୁଣ ଏବଂ ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
ହିତୋପଦେଶ 5 : 8 (IRVOR)
ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
ହିତୋପଦେଶ 5 : 9 (IRVOR)
କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
ହିତୋପଦେଶ 5 : 10 (IRVOR)
କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
ହିତୋପଦେଶ 5 : 11 (IRVOR)
ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
ହିତୋପଦେଶ 5 : 12 (IRVOR)
ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
ହିତୋପଦେଶ 5 : 13 (IRVOR)
ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
ହିତୋପଦେଶ 5 : 14 (IRVOR)
ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।
ହିତୋପଦେଶ 5 : 15 (IRVOR)
ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
ହିତୋପଦେଶ 5 : 16 (IRVOR)
ତୁମ୍ଭର ନିର୍ଝର କ’ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ’ଣ ଜଳସ୍ରୋତ ବହିଯିବ ?
ହିତୋପଦେଶ 5 : 17 (IRVOR)
ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।
ହିତୋପଦେଶ 5 : 18 (IRVOR)
ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ* ଯୌବନକାଳର ଭାର୍ଯ୍ୟାଠାରେ ଯୌବନ ଭାର୍ଯ୍ୟାଠାରେ ଆମୋଦ କର।
ହିତୋପଦେଶ 5 : 19 (IRVOR)
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
ହିତୋପଦେଶ 5 : 20 (IRVOR)
ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ ?
ହିତୋପଦେଶ 5 : 21 (IRVOR)
ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
ହିତୋପଦେଶ 5 : 22 (IRVOR)
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।
ହିତୋପଦେଶ 5 : 23 (IRVOR)
ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23