ହିତୋପଦେଶ 6 : 1 (IRVOR)
{ସତର୍କବାଣୀସମୂହ} [PS] ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,
ହିତୋପଦେଶ 6 : 2 (IRVOR)
ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।
ହିତୋପଦେଶ 6 : 3 (IRVOR)
ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।
ହିତୋପଦେଶ 6 : 4 (IRVOR)
ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।
ହିତୋପଦେଶ 6 : 5 (IRVOR)
ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।
ହିତୋପଦେଶ 6 : 6 (IRVOR)
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
ହିତୋପଦେଶ 6 : 7 (IRVOR)
ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
ହିତୋପଦେଶ 6 : 8 (IRVOR)
ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
ହିତୋପଦେଶ 6 : 9 (IRVOR)
ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ ?
ହିତୋପଦେଶ 6 : 10 (IRVOR)
ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
ହିତୋପଦେଶ 6 : 11 (IRVOR)
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
ହିତୋପଦେଶ 6 : 12 (IRVOR)
ବେଲିଆଲ୍ ସନ୍ତାନ, [* ବେଲିଆଲ୍ ସନ୍ତାନ, ବେକାର ବ୍ୟକ୍ତି] ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
ହିତୋପଦେଶ 6 : 13 (IRVOR)
ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
ହିତୋପଦେଶ 6 : 14 (IRVOR)
ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
ହିତୋପଦେଶ 6 : 15 (IRVOR)
ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।
ହିତୋପଦେଶ 6 : 16 (IRVOR)
ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
ହିତୋପଦେଶ 6 : 17 (IRVOR)
ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
ହିତୋପଦେଶ 6 : 18 (IRVOR)
ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
ହିତୋପଦେଶ 6 : 19 (IRVOR)
ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ। [PS]
ହିତୋପଦେଶ 6 : 20 (IRVOR)
{ବ୍ୟଭିଚାର ବିରୁଦ୍ଧରେ ସତର୍କବାଣୀ} [PS] ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
ହିତୋପଦେଶ 6 : 21 (IRVOR)
ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।
ହିତୋପଦେଶ 6 : 22 (IRVOR)
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
ହିତୋପଦେଶ 6 : 23 (IRVOR)
ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
ହିତୋପଦେଶ 6 : 24 (IRVOR)
ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।
ହିତୋପଦେଶ 6 : 25 (IRVOR)
ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
ହିତୋପଦେଶ 6 : 26 (IRVOR)
ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
ହିତୋପଦେଶ 6 : 27 (IRVOR)
କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ ?
ହିତୋପଦେଶ 6 : 28 (IRVOR)
ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ ?
ହିତୋପଦେଶ 6 : 29 (IRVOR)
ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
ହିତୋପଦେଶ 6 : 30 (IRVOR)
ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।
ହିତୋପଦେଶ 6 : 31 (IRVOR)
ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।
ହିତୋପଦେଶ 6 : 32 (IRVOR)
ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେ ହିଁ ତାହା କରେ।
ହିତୋପଦେଶ 6 : 33 (IRVOR)
ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ।
ହିତୋପଦେଶ 6 : 34 (IRVOR)
ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।
ହିତୋପଦେଶ 6 : 35 (IRVOR)
ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35

BG:

Opacity:

Color:


Size:


Font: