ହିତୋପଦେଶ 7 : 1 (IRVOR)
ବ୍ୟଭିଚାରିଣୀଠାରୁ ସତର୍କତା ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
ହିତୋପଦେଶ 7 : 2 (IRVOR)
ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
ହିତୋପଦେଶ 7 : 3 (IRVOR)
ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
ହିତୋପଦେଶ 7 : 4 (IRVOR)
ଜ୍ଞାନକୁ କୁହ, ତୁମ୍ଭେ ମୋହର ଭଗିନୀ, ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
ହିତୋପଦେଶ 7 : 5 (IRVOR)
ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
ହିତୋପଦେଶ 7 : 6 (IRVOR)
ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
ହିତୋପଦେଶ 7 : 7 (IRVOR)
ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିବିହୀନ ଯୁବା ଲୋକ
ହିତୋପଦେଶ 7 : 8 (IRVOR)
ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
ହିତୋପଦେଶ 7 : 9 (IRVOR)
ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
ହିତୋପଦେଶ 7 : 10 (IRVOR)
ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
ହିତୋପଦେଶ 7 : 11 (IRVOR)
ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।
ହିତୋପଦେଶ 7 : 12 (IRVOR)
ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସି ଥାଏ।
ହିତୋପଦେଶ 7 : 13 (IRVOR)
ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ୍ଜ ମୁଖରେ ତାହାକୁ କହିଲା
ହିତୋପଦେଶ 7 : 14 (IRVOR)
“ମଙ୍ଗଳାର୍ଥକ ବଳି ମୋ’ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
ହିତୋପଦେଶ 7 : 15 (IRVOR)
ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
ହିତୋପଦେଶ 7 : 16 (IRVOR)
ମୁଁ ସୁଜନୀ ଓ ମିସ୍ରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇ ଅଛି।
ହିତୋପଦେଶ 7 : 17 (IRVOR)
ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
ହିତୋପଦେଶ 7 : 18 (IRVOR)
ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ।
ହିତୋପଦେଶ 7 : 19 (IRVOR)
ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
ହିତୋପଦେଶ 7 : 20 (IRVOR)
ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
ହିତୋପଦେଶ 7 : 21 (IRVOR)
ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।
ହିତୋପଦେଶ 7 : 22 (IRVOR)
ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।
ହିତୋପଦେଶ 7 : 23 (IRVOR)
ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
ହିତୋପଦେଶ 7 : 24 (IRVOR)
ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋ’ ମୁଖର ବାକ୍ୟରେ ମନୋନିବେଶ କର।
ହିତୋପଦେଶ 7 : 25 (IRVOR)
ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
ହିତୋପଦେଶ 7 : 26 (IRVOR)
ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇ ଅଛି, ହଁ, ତାହାର ହତ ଲୋକସକଳ ଅପାର।
ହିତୋପଦେଶ 7 : 27 (IRVOR)
ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁୁର ଆଳୟକୁ ଯାଏ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27