ହିତୋପଦେଶ 8 : 1 (IRVOR)
{ଜ୍ଞାନର ପ୍ରଶଂସା} [PS] ଜ୍ଞାନ କ’ଣ ଡାକେ ନାହିଁ ? ବୁଦ୍ଧି କ’ଣ ଉଚ୍ଚସ୍ୱର କରେ ନାହିଁ ?
ହିତୋପଦେଶ 8 : 2 (IRVOR)
ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
ହିତୋପଦେଶ 8 : 3 (IRVOR)
ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
ହିତୋପଦେଶ 8 : 4 (IRVOR)
ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
ହିତୋପଦେଶ 8 : 5 (IRVOR)
ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
ହିତୋପଦେଶ 8 : 6 (IRVOR)
ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
ହିତୋପଦେଶ 8 : 7 (IRVOR)
ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋ’ ଓଷ୍ଠାଧରର ଘୃଣାର ବିଷୟ।
ହିତୋପଦେଶ 8 : 8 (IRVOR)
ମୋ’ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ଵା କୁଟିଳ କିଛି ନାହିଁ।
ହିତୋପଦେଶ 8 : 9 (IRVOR)
ଯେ ତାହା ବୁଝେ, ତାହା ପ୍ରତି ସେହିସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
ହିତୋପଦେଶ 8 : 10 (IRVOR)
ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
ହିତୋପଦେଶ 8 : 11 (IRVOR)
ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
ହିତୋପଦେଶ 8 : 12 (IRVOR)
ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
ହିତୋପଦେଶ 8 : 13 (IRVOR)
ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।
ହିତୋପଦେଶ 8 : 14 (IRVOR)
ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି।
ହିତୋପଦେଶ 8 : 15 (IRVOR)
ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
ହିତୋପଦେଶ 8 : 16 (IRVOR)
ମୋ’ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
ହିତୋପଦେଶ 8 : 17 (IRVOR)
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
ହିତୋପଦେଶ 8 : 18 (IRVOR)
ମୋ’ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
ହିତୋପଦେଶ 8 : 19 (IRVOR)
ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
ହିତୋପଦେଶ 8 : 20 (IRVOR)
ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
ହିତୋପଦେଶ 8 : 21 (IRVOR)
ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
ହିତୋପଦେଶ 8 : 22 (IRVOR)
ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
ହିତୋପଦେଶ 8 : 23 (IRVOR)
ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
ହିତୋପଦେଶ 8 : 24 (IRVOR)
ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
ହିତୋପଦେଶ 8 : 25 (IRVOR)
ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
ହିତୋପଦେଶ 8 : 26 (IRVOR)
ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
ହିତୋପଦେଶ 8 : 27 (IRVOR)
ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
ହିତୋପଦେଶ 8 : 28 (IRVOR)
ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
ହିତୋପଦେଶ 8 : 29 (IRVOR)
ଜଳସମୂହ ଯେପରି ତାହାଙ୍କ ଆଜ୍ଞା-ଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
ହିତୋପଦେଶ 8 : 30 (IRVOR)
ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
ହିତୋପଦେଶ 8 : 31 (IRVOR)
ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
ହିତୋପଦେଶ 8 : 32 (IRVOR)
ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
ହିତୋପଦେଶ 8 : 33 (IRVOR)
ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
ହିତୋପଦେଶ 8 : 34 (IRVOR)
ଯେ ମୋ’ କଥା ଶୁଣେ ଓ ମୋ’ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋ’ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
ହିତୋପଦେଶ 8 : 35 (IRVOR)
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।
ହିତୋପଦେଶ 8 : 36 (IRVOR)
ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36

BG:

Opacity:

Color:


Size:


Font: