ହିତୋପଦେଶ 9 : 1 (IRVOR)
{ଜ୍ଞାନ ଓ ନିର୍ବୋଧତା} [PS] ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
ହିତୋପଦେଶ 9 : 2 (IRVOR)
ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।
ହିତୋପଦେଶ 9 : 3 (IRVOR)
ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
ହିତୋପଦେଶ 9 : 4 (IRVOR)
ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
ହିତୋପଦେଶ 9 : 5 (IRVOR)
“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।”
ହିତୋପଦେଶ 9 : 6 (IRVOR)
ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।
ହିତୋପଦେଶ 9 : 7 (IRVOR)
ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।
ହିତୋପଦେଶ 9 : 8 (IRVOR)
ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
ହିତୋପଦେଶ 9 : 9 (IRVOR)
ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
ହିତୋପଦେଶ 9 : 10 (IRVOR)
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
ହିତୋପଦେଶ 9 : 11 (IRVOR)
ଯେହେତୁ ମୋ’ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।
ହିତୋପଦେଶ 9 : 12 (IRVOR)
ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।
ହିତୋପଦେଶ 9 : 13 (IRVOR)
ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ।
ହିତୋପଦେଶ 9 : 14 (IRVOR)
ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ।
ହିତୋପଦେଶ 9 : 15 (IRVOR)
ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
ହିତୋପଦେଶ 9 : 16 (IRVOR)
ଯେ ଅବୋଧ, ସେ ଏଠାକୁ ଆସୁ ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
ହିତୋପଦେଶ 9 : 17 (IRVOR)
ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।
ହିତୋପଦେଶ 9 : 18 (IRVOR)
ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା’ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି। [PE]

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: