ଗୀତସଂହିତା 1 : 1 (IRVOR)
ପ୍ରଥମ ଖଣ୍ଡ
1:1—41:13 ସଫଳତାର ପଥ ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
ଗୀତସଂହିତା 1 : 2 (IRVOR)
ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
ଗୀତସଂହିତା 1 : 3 (IRVOR)
ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
ଗୀତସଂହିତା 1 : 4 (IRVOR)
ଦୁଷ୍ଟମାନେ ସେପ୍ରକାର ନୁହଁନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
ଗୀତସଂହିତା 1 : 5 (IRVOR)
ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।
ଗୀତସଂହିତା 1 : 6 (IRVOR)
କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
❮
❯
1
2
3
4
5
6