ଗୀତସଂହିତା 101 : 1 (IRVOR)
ଗୀତସଂହିତା 101 : 2 (IRVOR)
*ଦାଉଦଙ୍କର ଗୀତ। *ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। *ହେ ସଦାପ୍ରଭୁ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। *ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ’ ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
ଗୀତସଂହିତା 101 : 3 (IRVOR)
ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ’ଠାରେ ଲିପ୍ତ ହେବ ନାହିଁ।
ଗୀତସଂହିତା 101 : 4 (IRVOR)
କୁଟିଳ ଅନ୍ତଃକରଣ ମୋ’ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।
ଗୀତସଂହିତା 101 : 5 (IRVOR)
ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।
ଗୀତସଂହିତା 101 : 6 (IRVOR)
ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋ’ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।
ଗୀତସଂହିତା 101 : 7 (IRVOR)
ଯେ ପ୍ରତାରଣା କରେ, ସେ ମୋ’ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋ’ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।
ଗୀତସଂହିତା 101 : 8 (IRVOR)
ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।
❮
❯