ଗୀତସଂହିତା 102 : 1 (IRVOR)
ଜଣେ ଦୁଃଖରେ ବ୍ୟଥିତ ବ୍ୟକ୍ତିର ପ୍ରାର୍ଥନା *ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। *ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
ଗୀତସଂହିତା 102 : 2 (IRVOR)
ମୋ’ ସଙ୍କଟ ଦିନରେ ମୋ’ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
ଗୀତସଂହିତା 102 : 3 (IRVOR)
କାରଣ ମୋ’ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
ଗୀତସଂହିତା 102 : 4 (IRVOR)
ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।
ଗୀତସଂହିତା 102 : 5 (IRVOR)
ମୋହର ହାହାକାର ଶବ୍ଦ ସକାଶୁ ମୋ’ ଅସ୍ଥିସବୁ ମୋ’ ମାଂସରେ ଲାଗି ରହେ।
ଗୀତସଂହିତା 102 : 6 (IRVOR)
ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର* ପାଣିଭେଳା ପକ୍ଷୀର ଶାଗୁଣା କିଅବା ପେଚା ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
ଗୀତସଂହିତା 102 : 7 (IRVOR)
ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
ଗୀତସଂହିତା 102 : 8 (IRVOR)
ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି।
ଗୀତସଂହିତା 102 : 9 (IRVOR)
କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
ଗୀତସଂହିତା 102 : 10 (IRVOR)
ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।
ଗୀତସଂହିତା 102 : 11 (IRVOR)
ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।
ଗୀତସଂହିତା 102 : 12 (IRVOR)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
ଗୀତସଂହିତା 102 : 13 (IRVOR)
ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
ଗୀତସଂହିତା 102 : 14 (IRVOR)
ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।
ଗୀତସଂହିତା 102 : 15 (IRVOR)
ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।
ଗୀତସଂହିତା 102 : 16 (IRVOR)
କାରଣ ସଦାପ୍ରଭୁ ସିୟୋନକୁ ପୁନଃର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
ଗୀତସଂହିତା 102 : 17 (IRVOR)
ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
ଗୀତସଂହିତା 102 : 18 (IRVOR)
ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
ଗୀତସଂହିତା 102 : 19 (IRVOR)
କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
ଗୀତସଂହିତା 102 : 20 (IRVOR)
ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
ଗୀତସଂହିତା 102 : 21 (IRVOR)
ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
ଗୀତସଂହିତା 102 : 22 (IRVOR)
ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
ଗୀତସଂହିତା 102 : 23 (IRVOR)
ସଦାପ୍ରଭୁ ଜୀବନର ପଥ† ପଥ ଅର୍ଥାତ୍ ଯୁବକ ଥିବା ସମୟରେ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।
ଗୀତସଂହିତା 102 : 24 (IRVOR)
ମୁଁ କହିଲି, ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।
ଗୀତସଂହିତା 102 : 25 (IRVOR)
ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
ଗୀତସଂହିତା 102 : 26 (IRVOR)
ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
ଗୀତସଂହିତା 102 : 27 (IRVOR)
ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।
ଗୀତସଂହିତା 102 : 28 (IRVOR)
ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
❮
❯