ଗୀତସଂହିତା 106 : 1 (IRVOR)
ମଙ୍ଗଳମୟ ପରମେଶ୍ୱର ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 106 : 2 (IRVOR)
ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ ?
ଗୀତସଂହିତା 106 : 3 (IRVOR)
ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
ଗୀତସଂହିତା 106 : 4 (IRVOR)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;
ଗୀତସଂହିତା 106 : 5 (IRVOR)
ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।
ଗୀତସଂହିତା 106 : 6 (IRVOR)
ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
ଗୀତସଂହିତା 106 : 7 (IRVOR)
ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।
ଗୀତସଂହିତା 106 : 8 (IRVOR)
ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।
ଗୀତସଂହିତା 106 : 9 (IRVOR)
ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।
ଗୀତସଂହିତା 106 : 10 (IRVOR)
ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।
ଗୀତସଂହିତା 106 : 11 (IRVOR)
ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।
ଗୀତସଂହିତା 106 : 12 (IRVOR)
ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।
ଗୀତସଂହିତା 106 : 13 (IRVOR)
ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;
ଗୀତସଂହିତା 106 : 14 (IRVOR)
ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
ଗୀତସଂହିତା 106 : 15 (IRVOR)
ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।
ଗୀତସଂହିତା 106 : 16 (IRVOR)
ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍‍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
ଗୀତସଂହିତା 106 : 17 (IRVOR)
ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମ୍‍ର ଦଳକୁ ଆଚ୍ଛାଦନ କଲା।
ଗୀତସଂହିତା 106 : 18 (IRVOR)
ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
ଗୀତସଂହିତା 106 : 19 (IRVOR)
ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।
ଗୀତସଂହିତା 106 : 20 (IRVOR)
ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।
ଗୀତସଂହିତା 106 : 21 (IRVOR)
ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
ଗୀତସଂହିତା 106 : 22 (IRVOR)
ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।
ଗୀତସଂହିତା 106 : 23 (IRVOR)
ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
ଗୀତସଂହିତା 106 : 24 (IRVOR)
ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।
ଗୀତସଂହିତା 106 : 25 (IRVOR)
ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
ଗୀତସଂହିତା 106 : 26 (IRVOR)
ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
ଗୀତସଂହିତା 106 : 27 (IRVOR)
ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ।
ଗୀତସଂହିତା 106 : 28 (IRVOR)
ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।
ଗୀତସଂହିତା 106 : 29 (IRVOR)
ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।
ଗୀତସଂହିତା 106 : 30 (IRVOR)
ସେତେବେଳେ ପୀନହସ୍‍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା।
ଗୀତସଂହିତା 106 : 31 (IRVOR)
ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
ଗୀତସଂହିତା 106 : 32 (IRVOR)
ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,
ଗୀତସଂହିତା 106 : 33 (IRVOR)
ଯେହେତୁ ସେମାନେ ମୋଶାଙ୍କ ଆତ୍ମା* ମୋଶାଙ୍କ ଆତ୍ମା ପରମେଶ୍ଵରଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ସେ ମୋଶା ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।
ଗୀତସଂହିତା 106 : 34 (IRVOR)
ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
ଗୀତସଂହିତା 106 : 35 (IRVOR)
ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
ଗୀତସଂହିତା 106 : 36 (IRVOR)
ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।
ଗୀତସଂହିତା 106 : 37 (IRVOR)
ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
ଗୀତସଂହିତା 106 : 38 (IRVOR)
ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।
ଗୀତସଂହିତା 106 : 39 (IRVOR)
ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
ଗୀତସଂହିତା 106 : 40 (IRVOR)
ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।
ଗୀତସଂହିତା 106 : 41 (IRVOR)
ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;
ଗୀତସଂହିତା 106 : 42 (IRVOR)
ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।
ଗୀତସଂହିତା 106 : 43 (IRVOR)
ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।
ଗୀତସଂହିତା 106 : 44 (IRVOR)
ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
ଗୀତସଂହିତା 106 : 45 (IRVOR)
ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
ଗୀତସଂହିତା 106 : 46 (IRVOR)
ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।
ଗୀତସଂହିତା 106 : 47 (IRVOR)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
ଗୀତସଂହିତା 106 : 48 (IRVOR)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ ଆମେନ୍‍ କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48