ଗୀତସଂହିତା 107 : 1 (IRVOR)
{ମଙ୍ଗଳମୟ ସଦାପ୍ରଭୁଙ୍କର ସ୍ତୁତି} [PS] ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; [QBR] ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
ଗୀତସଂହିତା 107 : 2 (IRVOR)
ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି [QBR] ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ, [QBR]
ଗୀତସଂହିତା 107 : 3 (IRVOR)
ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, [QBR] ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ। [QBR]
ଗୀତସଂହିତା 107 : 4 (IRVOR)
ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ; [QBR] ସେମାନେ କୌଣସି ବସତି-ନଗର ପାଇଲେ ନାହିଁ। [QBR]
ଗୀତସଂହିତା 107 : 5 (IRVOR)
କ୍ଷୁଧିତ ଓ ତୃଷିତ ହୋଇ [QBR] ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା। [QBR]
ଗୀତସଂହିତା 107 : 6 (IRVOR)
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, [QBR] ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ। [QBR]
ଗୀତସଂହିତା 107 : 7 (IRVOR)
ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, [QBR] ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନି ଗଲେ। [QBR]
ଗୀତସଂହିତା 107 : 8 (IRVOR)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ [QBR] ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ। [QBR]
ଗୀତସଂହିତା 107 : 9 (IRVOR)
ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି [QBR] ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି। [QBR]
ଗୀତସଂହିତା 107 : 10 (IRVOR)
କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ [QBR] ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ, [QBR]
ଗୀତସଂହିତା 107 : 11 (IRVOR)
ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ; [QBR]
ଗୀତସଂହିତା 107 : 12 (IRVOR)
ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; [QBR] ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା। [QBR]
ଗୀତସଂହିତା 107 : 13 (IRVOR)
ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, [QBR] ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ। [QBR]
ଗୀତସଂହିତା 107 : 14 (IRVOR)
ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ [QBR] ଓ ସେମାନଙ୍କ ବନ୍ଧନ ଛେଦନ କଲେ। [QBR]
ଗୀତସଂହିତା 107 : 15 (IRVOR)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ [QBR] ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ ! [QBR]
ଗୀତସଂହିତା 107 : 16 (IRVOR)
ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି [QBR] ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି। [QBR]
ଗୀତସଂହିତା 107 : 17 (IRVOR)
ମୂର୍ଖମାନେ ଆପଣା ଆପଣା ଅପରାଧ ଓ [QBR] ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି। [QBR]
ଗୀତସଂହିତା 107 : 18 (IRVOR)
ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ [QBR] ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି। [QBR]
ଗୀତସଂହିତା 107 : 19 (IRVOR)
ତେବେ ସେମାନେ ଆପଣା ଆପଣା ସଙ୍କଟ [QBR] ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, [QBR] ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି। [QBR]
ଗୀତସଂହିତା 107 : 20 (IRVOR)
ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, [QBR] ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି। [QBR]
ଗୀତସଂହିତା 107 : 21 (IRVOR)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ [QBR] ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ। [QBR]
ଗୀତସଂହିତା 107 : 22 (IRVOR)
ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ [QBR] ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ। [QBR]
ଗୀତସଂହିତା 107 : 23 (IRVOR)
ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, [QBR] ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି, [QBR]
ଗୀତସଂହିତା 107 : 24 (IRVOR)
ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ [QBR] ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି। [QBR]
ଗୀତସଂହିତା 107 : 25 (IRVOR)
ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, [QBR] ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ। [QBR]
ଗୀତସଂହିତା 107 : 26 (IRVOR)
ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; [QBR] ବିପଦ ସକାଶୁ ଲୋକମାନଙ୍କ [* ଲୋକମାନଙ୍କ ଅର୍ଥାତ୍ ନାବିକମାନଙ୍କ] ପ୍ରାଣ ତରଳି ଯାଏ। [QBR]
ଗୀତସଂହିତା 107 : 27 (IRVOR)
ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି [QBR] ଓ ସେମାନଙ୍କ ବୁଦ୍ଧି ହଜିଯାଏ। [QBR]
ଗୀତସଂହିତା 107 : 28 (IRVOR)
ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, [QBR] ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି। [QBR]
ଗୀତସଂହିତା 107 : 29 (IRVOR)
ସେ ବତାସକୁ ସୁସ୍ଥିର କରନ୍ତି, [QBR] ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ। [QBR]
ଗୀତସଂହିତା 107 : 30 (IRVOR)
ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; [QBR] ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି। [QBR]
ଗୀତସଂହିତା 107 : 31 (IRVOR)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ [QBR] ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ ! [QBR]
ଗୀତସଂହିତା 107 : 32 (IRVOR)
ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ [QBR] ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ। [QBR]
ଗୀତସଂହିତା 107 : 33 (IRVOR)
ସେ ନଦନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି। [QBR]
ଗୀତସଂହିତା 107 : 34 (IRVOR)
ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ [QBR] ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି। [QBR]
ଗୀତସଂହିତା 107 : 35 (IRVOR)
ସେ ପ୍ରାନ୍ତରକୁ ଜଳାଶୟ ଓ [QBR] ଶୁଷ୍କ ଭୂମିକୁ ଝରମୟ କରନ୍ତି। [QBR]
ଗୀତସଂହିତା 107 : 36 (IRVOR)
ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ [QBR] ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ [QBR]
ଗୀତସଂହିତା 107 : 37 (IRVOR)
ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, [QBR] ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି। [QBR]
ଗୀତସଂହିତା 107 : 38 (IRVOR)
ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, [QBR] ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; [QBR] ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ। [QBR]
ଗୀତସଂହିତା 107 : 39 (IRVOR)
ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା [QBR] ନ୍ୟୁନୀକୃତ ଓ ଅବନତ ହୁଅନ୍ତି। [QBR]
ଗୀତସଂହିତା 107 : 40 (IRVOR)
ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, [QBR] ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି। [QBR]
ଗୀତସଂହିତା 107 : 41 (IRVOR)
ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି [QBR] ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି। [QBR]
ଗୀତସଂହିତା 107 : 42 (IRVOR)
ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; [QBR] ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ। [QBR]
ଗୀତସଂହିତା 107 : 43 (IRVOR)
ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, [QBR] ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43

BG:

Opacity:

Color:


Size:


Font: