ଗୀତସଂହିତା 109 : 1 (IRVOR)
ଦୁର୍ଦ୍ଦଶାଗ୍ରସ୍ତ ଲୋକର ଅଭିଯୋଗ
ଗୀତସଂହିତା 109 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ; *କାରଣ ଲୋକମାନେ ମୋ’ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି। ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋ’ ସଙ୍ଗେ କଥା କହିଅଛନ୍ତି।
ଗୀତସଂହିତା 109 : 3 (IRVOR)
ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋ’ ସଙ୍ଗେ ଯୁଦ୍ଧ କରିଅଛନ୍ତି।
ଗୀତସଂହିତା 109 : 4 (IRVOR)
ମୋ’ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।
ଗୀତସଂହିତା 109 : 5 (IRVOR)
ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।
ଗୀତସଂହିତା 109 : 6 (IRVOR)
ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
ଗୀତସଂହିତା 109 : 7 (IRVOR)
ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ।
ଗୀତସଂହିତା 109 : 8 (IRVOR)
ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।
ଗୀତସଂହିତା 109 : 9 (IRVOR)
ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ।
ଗୀତସଂହିତା 109 : 10 (IRVOR)
ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।
ଗୀତସଂହିତା 109 : 11 (IRVOR)
ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
ଗୀତସଂହିତା 109 : 12 (IRVOR)
ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।
ଗୀତସଂହିତା 109 : 13 (IRVOR)
ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ* ତାହାଙ୍କ ସେମାନଙ୍କ ନାମ ଲୁପ୍ତ ହେଉ।
ଗୀତସଂହିତା 109 : 14 (IRVOR)
ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।
ଗୀତସଂହିତା 109 : 15 (IRVOR)
ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।
ଗୀତସଂହିତା 109 : 16 (IRVOR)
ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।
ଗୀତସଂହିତା 109 : 17 (IRVOR)
ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା।
ଗୀତସଂହିତା 109 : 18 (IRVOR)
ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।
ଗୀତସଂହିତା 109 : 19 (IRVOR)
ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।
ଗୀତସଂହିତା 109 : 20 (IRVOR)
ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ।
ଗୀତସଂହିତା 109 : 21 (IRVOR)
ମାତ୍ର ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ନାମ ସକାଶୁ ମୋ’ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।
ଗୀତସଂହିତା 109 : 22 (IRVOR)
କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋ’ ଅନ୍ତରରେ ମୋ’ ହୃଦୟ କ୍ଷତବିକ୍ଷତ ହୋଇଅଛି।
ଗୀତସଂହିତା 109 : 23 (IRVOR)
ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।
ଗୀତସଂହିତା 109 : 24 (IRVOR)
ଉପବାସରେ ମୋ’ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋ’ ମାଂସ କ୍ଷୀଣ ହୁଏ।
ଗୀତସଂହିତା 109 : 25 (IRVOR)
ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।
ଗୀତସଂହିତା 109 : 26 (IRVOR)
ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।
ଗୀତସଂହିତା 109 : 27 (IRVOR)
ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ।
ଗୀତସଂହିତା 109 : 28 (IRVOR)
ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।
ଗୀତସଂହିତା 109 : 29 (IRVOR)
ମୋ’ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।
ଗୀତସଂହିତା 109 : 30 (IRVOR)
ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।
ଗୀତସଂହିତା 109 : 31 (IRVOR)
କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।[† ତାହାର ଡାହାଣରେ ଠିଆ ହେବେ। ଅର୍ଥାତ୍ ତାହାର ସାହାଯ୍ୟ କରିବେ ]
❮
❯