ଗୀତସଂହିତା 113 : 1 (IRVOR)
ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
ଗୀତସଂହିତା 113 : 2 (IRVOR)
ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।
ଗୀତସଂହିତା 113 : 3 (IRVOR)
ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।
ଗୀତସଂହିତା 113 : 4 (IRVOR)
ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,
ଗୀତସଂହିତା 113 : 5 (IRVOR)
ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,
ଗୀତସଂହିତା 113 : 6 (IRVOR)
ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ?
ଗୀତସଂହିତା 113 : 7 (IRVOR)
ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
ଗୀତସଂହିତା 113 : 8 (IRVOR)
ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
ଗୀତସଂହିତା 113 : 9 (IRVOR)
ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

1 2 3 4 5 6 7 8 9