ଗୀତସଂହିତା 114 : 1 (IRVOR)
ନିସ୍ତାର ପର୍ବ ସଙ୍ଗୀତ ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
ଗୀତସଂହିତା 114 : 2 (IRVOR)
ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
ଗୀତସଂହିତା 114 : 3 (IRVOR)
ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।
ଗୀତସଂହିତା 114 : 4 (IRVOR)
ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
ଗୀତସଂହିତା 114 : 5 (IRVOR)
ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ ?
ଗୀତସଂହିତା 114 : 6 (IRVOR)
ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ?
ଗୀତସଂହିତା 114 : 7 (IRVOR)
ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;
ଗୀତସଂହିତା 114 : 8 (IRVOR)
ସେ ଶୈଳକୁ ଜଳାଶୟ, ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।

1 2 3 4 5 6 7 8