ଗୀତସଂହିତା 116 : 1 (IRVOR)
ମୃତ୍ୟୁୁରୁ ରକ୍ଷା ପାଇଥିବା ବ୍ୟକ୍ତିର ସଦାପ୍ରଭୁଙ୍କ ପ୍ରଶଂସା ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋ’ ରବ ଓ ବିନତି ଶୁଣିଅଛନ୍ତି।
ଗୀତସଂହିତା 116 : 2 (IRVOR)
ସେ ମୋ’ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବାଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।
ଗୀତସଂହିତା 116 : 3 (IRVOR)
ମୃତ୍ୟୁୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି।
ଗୀତସଂହିତା 116 : 4 (IRVOR)
ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋ’ ପ୍ରାଣକୁ ଉଦ୍ଧାର କର।”
ଗୀତସଂହିତା 116 : 5 (IRVOR)
ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।
ଗୀତସଂହିତା 116 : 6 (IRVOR)
ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ।
ଗୀତସଂହିତା 116 : 7 (IRVOR)
ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।
ଗୀତସଂହିତା 116 : 8 (IRVOR)
ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ।
ଗୀତସଂହିତା 116 : 9 (IRVOR)
ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।
ଗୀତସଂହିତା 116 : 10 (IRVOR)
ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”
ଗୀତସଂହିତା 116 : 11 (IRVOR)
ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”
ଗୀତସଂହିତା 116 : 12 (IRVOR)
ମୋ’ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି ?
ଗୀତସଂହିତା 116 : 13 (IRVOR)
ମୁଁ ପରିତ୍ରାଣର ପାତ୍ର* ପରିତ୍ରାଣର ପାତ୍ର ଅର୍ଥାତ୍ ପେୟ ନୈବେଦ୍ୟ ଉତ୍ସର୍ଗ କରିବି ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
ଗୀତସଂହିତା 116 : 14 (IRVOR)
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।
ଗୀତସଂହିତା 116 : 15 (IRVOR)
ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।
ଗୀତସଂହିତା 116 : 16 (IRVOR)
ହେ ସଦାପ୍ରଭୁ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।
ଗୀତସଂହିତା 116 : 17 (IRVOR)
ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
ଗୀତସଂହିତା 116 : 18 (IRVOR)
ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
ଗୀତସଂହିତା 116 : 19 (IRVOR)
ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19