ଗୀତସଂହିତା 117 : 1 (IRVOR)
ସଦାପ୍ରଭୁଙ୍କ ସ୍ତବଗାନ ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
ଗୀତସଂହିତା 117 : 2 (IRVOR)
କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

1 2