ଗୀତସଂହିତା 118 : 1 (IRVOR)
ବିଜୟ ପାଇଁ ଧନ୍ୟବାଦ ପ୍ରାର୍ଥନା ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 118 : 2 (IRVOR)
ଇସ୍ରାଏଲ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”
ଗୀତସଂହିତା 118 : 3 (IRVOR)
ହାରୋଣ-ବଂଶ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”
ଗୀତସଂହିତା 118 : 4 (IRVOR)
ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।”
ଗୀତସଂହିତା 118 : 5 (IRVOR)
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
ଗୀତସଂହିତା 118 : 6 (IRVOR)
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ ?
ଗୀତସଂହିତା 118 : 7 (IRVOR)
ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।
ଗୀତସଂହିତା 118 : 8 (IRVOR)
ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
ଗୀତସଂହିତା 118 : 9 (IRVOR)
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
ଗୀତସଂହିତା 118 : 10 (IRVOR)
ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ* ନାମରେ ଅର୍ଥାତ୍ ବଳରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
ଗୀତସଂହିତା 118 : 11 (IRVOR)
ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
ଗୀତସଂହିତା 118 : 12 (IRVOR)
ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
ଗୀତସଂହିତା 118 : 13 (IRVOR)
ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍‍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।
ଗୀତସଂହିତା 118 : 14 (IRVOR)
ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
ଗୀତସଂହିତା 118 : 15 (IRVOR)
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
ଗୀତସଂହିତା 118 : 16 (IRVOR)
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
ଗୀତସଂହିତା 118 : 17 (IRVOR)
ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
ଗୀତସଂହିତା 118 : 18 (IRVOR)
ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।
ଗୀତସଂହିତା 118 : 19 (IRVOR)
ମୋ’ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଵାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
ଗୀତସଂହିତା 118 : 20 (IRVOR)
ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।
ଗୀତସଂହିତା 118 : 21 (IRVOR)
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।
ଗୀତସଂହିତା 118 : 22 (IRVOR)
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
ଗୀତସଂହିତା 118 : 23 (IRVOR)
ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।
ଗୀତସଂହିତା 118 : 24 (IRVOR)
ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
ଗୀତସଂହିତା 118 : 25 (IRVOR)
ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
ଗୀତସଂହିତା 118 : 26 (IRVOR)
ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।
ଗୀତସଂହିତା 118 : 27 (IRVOR)
ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।
ଗୀତସଂହିତା 118 : 28 (IRVOR)
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
ଗୀତସଂହିତା 118 : 29 (IRVOR)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29