ଗୀତସଂହିତା 124 : 1 (IRVOR)
ସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା *ଆରୋହଣ-ଗୀତ; ଦାଉଦଙ୍କ ରଚିତ। *“ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” *ଇସ୍ରାଏଲ ଏବେ କହୁନ୍ତୁ;
ଗୀତସଂହିତା 124 : 2 (IRVOR)
“ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
ଗୀତସଂହିତା 124 : 3 (IRVOR)
ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ;
ଗୀତସଂହିତା 124 : 4 (IRVOR)
ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା
ଗୀତସଂହିତା 124 : 5 (IRVOR)
ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।”
ଗୀତସଂହିତା 124 : 6 (IRVOR)
ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।
ଗୀତସଂହିତା 124 : 7 (IRVOR)
ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
ଗୀତସଂହିତା 124 : 8 (IRVOR)
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।

1 2 3 4 5 6 7 8