ଗୀତସଂହିତା 126 : 1 (IRVOR)
ମୁକ୍ତିର ସଙ୍ଗୀତ
ଗୀତସଂହିତା 126 : 2 (IRVOR)
*ଆରୋହଣ-ଗୀତ। *ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ* ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ କିମ୍ବା ଦାସତ୍ୱାବସ୍ଥାରୁ ସିୟୋନକୁ ଆଣିଲେ *ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। *ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
ଗୀତସଂହିତା 126 : 3 (IRVOR)
ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
ଗୀତସଂହିତା 126 : 4 (IRVOR)
ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।
ଗୀତସଂହିତା 126 : 5 (IRVOR)
ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
ଗୀତସଂହିତା 126 : 6 (IRVOR)
ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

1 2 3 4 5 6