ଗୀତସଂହିତା 127 : 1 (IRVOR)
ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି
ଗୀତସଂହିତା 127 : 2 (IRVOR)
*ଆରୋହଣ-ଗୀତ; ଶଲୋମନଙ୍କ ରଚିତ। *ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, *ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। *ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
ଗୀତସଂହିତା 127 : 3 (IRVOR)
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର* ପୁରସ୍କାର ଅର୍ଥାତ୍ ଆଶୀର୍ବାଦ ।
ଗୀତସଂହିତା 127 : 4 (IRVOR)
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
ଗୀତସଂହିତା 127 : 5 (IRVOR)
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
❮
❯