ଗୀତସଂହିତା 128 : 1 (IRVOR)
ଗୀତସଂହିତା 128 : 2 (IRVOR)
*ଆରୋହଣ-ଗୀତ। *ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି *ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। *କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ଗୀତସଂହିତା 128 : 3 (IRVOR)
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
ଗୀତସଂହିତା 128 : 4 (IRVOR)
ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ଗୀତସଂହିତା 128 : 5 (IRVOR)
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
ଗୀତସଂହିତା 128 : 6 (IRVOR)
ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
❮
❯