ଗୀତସଂହିତା 13 : 1 (IRVOR)
ସହାୟତା ପାଇଁ ନିବେଦନ *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? *ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?
ଗୀତସଂହିତା 13 : 2 (IRVOR)
ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି ? କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ?
ଗୀତସଂହିତା 13 : 3 (IRVOR)
ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
ଗୀତସଂହିତା 13 : 4 (IRVOR)
କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
ଗୀତସଂହିତା 13 : 5 (IRVOR)
ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
ଗୀତସଂହିତା 13 : 6 (IRVOR)
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।

1 2 3 4 5 6