ଗୀତସଂହିତା 130 : 1 (IRVOR)
ସହାୟତା ପାଇଁ ପ୍ରାର୍ଥନା
ଗୀତସଂହିତା 130 : 2 (IRVOR)
*ଆରୋହଣ-ଗୀତ। *ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। *ହେ ପ୍ରଭୁ, ମୋ’ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ।
ଗୀତସଂହିତା 130 : 3 (IRVOR)
ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?
ଗୀତସଂହିତା 130 : 4 (IRVOR)
ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
ଗୀତସଂହିତା 130 : 5 (IRVOR)
ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
ଗୀତସଂହିତା 130 : 6 (IRVOR)
ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
ଗୀତସଂହିତା 130 : 7 (IRVOR)
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
ଗୀତସଂହିତା 130 : 8 (IRVOR)
ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।

1 2 3 4 5 6 7 8