ଗୀତସଂହିତା 132 : 1 (IRVOR)
ମନ୍ଦିରର ପ୍ରଶଂସା *ଆରୋହଣ-ଗୀତ। *ହେ ସଦାପ୍ରଭୁ, ଦାଉଦ ପକ୍ଷରେ *ତାହାର ସକଳ କ୍ଳେଶ ସ୍ମରଣ କର;
ଗୀତସଂହିତା 132 : 2 (IRVOR)
ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
ଗୀତସଂହିତା 132 : 3 (IRVOR)
“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
ଗୀତସଂହିତା 132 : 4 (IRVOR)
ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
ଗୀତସଂହିତା 132 : 5 (IRVOR)
ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
ଗୀତସଂହିତା 132 : 6 (IRVOR)
ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
ଗୀତସଂହିତା 132 : 7 (IRVOR)
ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
ଗୀତସଂହିତା 132 : 8 (IRVOR)
ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
ଗୀତସଂହିତା 132 : 9 (IRVOR)
ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
ଗୀତସଂହିତା 132 : 10 (IRVOR)
ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
ଗୀତସଂହିତା 132 : 11 (IRVOR)
ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ* ଫଳକୁ ଅର୍ଥାତ୍ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା।
ଗୀତସଂହିତା 132 : 12 (IRVOR)
ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
ଗୀତସଂହିତା 132 : 13 (IRVOR)
କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
ଗୀତସଂହିତା 132 : 14 (IRVOR)
ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
ଗୀତସଂହିତା 132 : 15 (IRVOR)
ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
ଗୀତସଂହିତା 132 : 16 (IRVOR)
ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
ଗୀତସଂହିତା 132 : 17 (IRVOR)
ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
ଗୀତସଂହିତା 132 : 18 (IRVOR)
ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।[† ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ]
❮
❯
1
2
3
4
5
6
7
8
9
10
11
12
13
14
15
16
17
18