ଗୀତସଂହିତା 135 : 1 (IRVOR)
ସ୍ତୁତି ବନ୍ଦନା ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।
ଗୀତସଂହିତା 135 : 2 (IRVOR)
ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ
ଗୀତସଂହିତା 135 : 3 (IRVOR)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର।
ଗୀତସଂହିତା 135 : 4 (IRVOR)
ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
ଗୀତସଂହିତା 135 : 5 (IRVOR)
କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।
ଗୀତସଂହିତା 135 : 6 (IRVOR)
ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।
ଗୀତସଂହିତା 135 : 7 (IRVOR)
ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
ଗୀତସଂହିତା 135 : 8 (IRVOR)
ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।
ଗୀତସଂହିତା 135 : 9 (IRVOR)
ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।
ଗୀତସଂହିତା 135 : 10 (IRVOR)
ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
ଗୀତସଂହିତା 135 : 11 (IRVOR)
ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
ଗୀତସଂହିତା 135 : 12 (IRVOR)
ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
ଗୀତସଂହିତା 135 : 13 (IRVOR)
ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।
ଗୀତସଂହିତା 135 : 14 (IRVOR)
ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
ଗୀତସଂହିତା 135 : 15 (IRVOR)
ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
ଗୀତସଂହିତା 135 : 16 (IRVOR)
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
ଗୀତସଂହିତା 135 : 17 (IRVOR)
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
ଗୀତସଂହିତା 135 : 18 (IRVOR)
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
ଗୀତସଂହିତା 135 : 19 (IRVOR)
ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
ଗୀତସଂହିତା 135 : 20 (IRVOR)
ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
ଗୀତସଂହିତା 135 : 21 (IRVOR)
ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21