ଗୀତସଂହିତା 135 : 1 (IRVOR)
{ସ୍ତୁତି ବନ୍ଦନା} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; [QBR] ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର। [QBR]
ଗୀତସଂହିତା 135 : 2 (IRVOR)
ସଦାପ୍ରଭୁଙ୍କ ଗୃହରେ, [QBR] ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ [QBR]
ଗୀତସଂହିତା 135 : 3 (IRVOR)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; [QBR] ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର। [QBR]
ଗୀତସଂହିତା 135 : 4 (IRVOR)
ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ [QBR] ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। [QBR]
ଗୀତସଂହିତା 135 : 5 (IRVOR)
କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ [QBR] ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ। [QBR]
ଗୀତସଂହିତା 135 : 6 (IRVOR)
ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ [QBR] ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି। [QBR]
ଗୀତସଂହିତା 135 : 7 (IRVOR)
ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; [QBR] ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; [QBR] ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। [QBR]
ଗୀତସଂହିତା 135 : 8 (IRVOR)
ସେ ମିସରର ପ୍ରଥମଜାତ ମନୁଷ୍ୟ [QBR] ଓ ପଶୁ ଉଭୟକୁ ସଂହାର କଲେ। [QBR]
ଗୀତସଂହିତା 135 : 9 (IRVOR)
ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ [QBR] ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। [QBR]
ଗୀତସଂହିତା 135 : 10 (IRVOR)
ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, [QBR] ପରାକ୍ରାନ୍ତ ରାଜାମାନଙ୍କୁ, [QBR]
ଗୀତସଂହିତା 135 : 11 (IRVOR)
ଇମୋରୀୟମାନଙ୍କ ରାଜା ସୀହୋନକୁ ଓ [QBR] ବାଶନର ରାଜା ଓଗ୍‍କୁ, [QBR] ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ। [QBR]
ଗୀତସଂହିତା 135 : 12 (IRVOR)
ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, [QBR] ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ। [QBR]
ଗୀତସଂହିତା 135 : 13 (IRVOR)
ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; [QBR] ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ। [QBR]
ଗୀତସଂହିତା 135 : 14 (IRVOR)
ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ [QBR] ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ। [QBR]
ଗୀତସଂହିତା 135 : 15 (IRVOR)
ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, [QBR] ମନୁଷ୍ୟର ହସ୍ତକୃତ କର୍ମ ଅଟେ। [QBR]
ଗୀତସଂହିତା 135 : 16 (IRVOR)
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, [QBR] ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; [QBR]
ଗୀତସଂହିତା 135 : 17 (IRVOR)
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; [QBR] କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ। [QBR]
ଗୀତସଂହିତା 135 : 18 (IRVOR)
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ [QBR] ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ। [QBR]
ଗୀତସଂହିତା 135 : 19 (IRVOR)
ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; [QBR] ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; [QBR]
ଗୀତସଂହିତା 135 : 20 (IRVOR)
ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR] ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
ଗୀତସଂହିତା 135 : 21 (IRVOR)
ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: