ଗୀତସଂହିତା 136 : 1 (IRVOR)
ଧନ୍ୟବାଦ ସ୍ତୁତି ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 2 (IRVOR)
ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 3 (IRVOR)
ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 4 (IRVOR)
ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 5 (IRVOR)
ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 6 (IRVOR)
ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 7 (IRVOR)
ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 8 (IRVOR)
ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 9 (IRVOR)
ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 10 (IRVOR)
ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 11 (IRVOR)
ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 12 (IRVOR)
ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 13 (IRVOR)
ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 14 (IRVOR)
ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 15 (IRVOR)
ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 16 (IRVOR)
ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 17 (IRVOR)
ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 18 (IRVOR)
ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 19 (IRVOR)
ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 20 (IRVOR)
ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 21 (IRVOR)
ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 22 (IRVOR)
ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଗୀତସଂହିତା 136 : 23 (IRVOR)
ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 24 (IRVOR)
ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 25 (IRVOR)
ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 : 26 (IRVOR)
ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26