ଗୀତସଂହିତା 137 : 1 (IRVOR)
ନିର୍ବାସିତ ଇସ୍ରାଏଲୀୟମାନଙ୍କ ବିଳାପ ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
ଗୀତସଂହିତା 137 : 2 (IRVOR)
ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ।
ଗୀତସଂହିତା 137 : 3 (IRVOR)
କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
ଗୀତସଂହିତା 137 : 4 (IRVOR)
ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା ?
ଗୀତସଂହିତା 137 : 5 (IRVOR)
ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।
ଗୀତସଂହିତା 137 : 6 (IRVOR)
ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ।[* ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। ମୁଁ ଆହୁରି ସଂଗୀତ ମଧ୍ୟ ଗାନ କରିପାରିବି ନାହିଁ ]
ଗୀତସଂହିତା 137 : 7 (IRVOR)
ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
ଗୀତସଂହିତା 137 : 8 (IRVOR)
ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।
ଗୀତସଂହିତା 137 : 9 (IRVOR)
ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।

1 2 3 4 5 6 7 8 9