ଗୀତସଂହିତା 138 : 1 (IRVOR)
{ଧନ୍ୟବାଦ ସ୍ତୁତି} [PS] ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; [QBR] ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। [QBR]
ଗୀତସଂହିତା 138 : 2 (IRVOR)
ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, [QBR] ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। [QBR] କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। [QBR]
ଗୀତସଂହିତା 138 : 3 (IRVOR)
ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, [QBR] ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ। [QBR]
ଗୀତସଂହିତା 138 : 4 (IRVOR)
ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, [QBR] କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। [QBR]
ଗୀତସଂହିତା 138 : 5 (IRVOR)
ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; [QBR] କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍। [QBR]
ଗୀତସଂହିତା 138 : 6 (IRVOR)
ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; [QBR] ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। [QBR]
ଗୀତସଂହିତା 138 : 7 (IRVOR)
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ [* ସୁରକ୍ଷିତ ସଜୀବ] ରଖିବ, [QBR] ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ [QBR] ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। [QBR]
ଗୀତସଂହିତା 138 : 8 (IRVOR)
ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; [QBR] ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; [QBR] ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ। [PE]

1 2 3 4 5 6 7 8

BG:

Opacity:

Color:


Size:


Font: