ଗୀତସଂହିତା 139 : 1 (IRVOR)
ସର୍ବଜ୍ଞାତା ମଙ୍ଗଳମୟ ସଦାପ୍ରଭୁ
ଗୀତସଂହିତା 139 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ *ଓ ମୋହର ପରିଚୟ ନେଇଅଛ। *ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।
ଗୀତସଂହିତା 139 : 3 (IRVOR)
ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ।
ଗୀତସଂହିତା 139 : 4 (IRVOR)
କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ।
ଗୀତସଂହିତା 139 : 5 (IRVOR)
ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ।
ଗୀତସଂହିତା 139 : 6 (IRVOR)
ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ।
ଗୀତସଂହିତା 139 : 7 (IRVOR)
ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ?
ଗୀତସଂହିତା 139 : 8 (IRVOR)
ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
ଗୀତସଂହିତା 139 : 9 (IRVOR)
ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ;
ଗୀତସଂହିତା 139 : 10 (IRVOR)
ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ।
ଗୀତସଂହିତା 139 : 11 (IRVOR)
ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,”
ଗୀତସଂହିତା 139 : 12 (IRVOR)
ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।
ଗୀତସଂହିତା 139 : 13 (IRVOR)
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ଗୀତସଂହିତା 139 : 14 (IRVOR)
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
ଗୀତସଂହିତା 139 : 15 (IRVOR)
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
ଗୀତସଂହିତା 139 : 16 (IRVOR)
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
ଗୀତସଂହିତା 139 : 17 (IRVOR)
ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ ! ତହିଁର ସଂଖ୍ୟା କିପରି ଅଧିକ !
ଗୀତସଂହିତା 139 : 18 (IRVOR)
ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
ଗୀତସଂହିତା 139 : 19 (IRVOR)
ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ।
ଗୀତସଂହିତା 139 : 20 (IRVOR)
କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି।
ଗୀତସଂହିତା 139 : 21 (IRVOR)
ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ ?
ଗୀତସଂହିତା 139 : 22 (IRVOR)
ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ।
ଗୀତସଂହିତା 139 : 23 (IRVOR)
ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;
ଗୀତସଂହିତା 139 : 24 (IRVOR)
ଆଉ, ମୋ’ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24