ଗୀତସଂହିତା 14 : 1 (IRVOR)
ମଣିଷର ଦୁଷ୍ଟତା
ଗୀତସଂହିତା 14 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” *ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ। *ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।
ଗୀତସଂହିତା 14 : 3 (IRVOR)
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
ଗୀତସଂହିତା 14 : 4 (IRVOR)
ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
ଗୀତସଂହିତା 14 : 5 (IRVOR)
ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
ଗୀତସଂହିତା 14 : 6 (IRVOR)
ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
ଗୀତସଂହିତା 14 : 7 (IRVOR)
ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

1 2 3 4 5 6 7