ଗୀତସଂହିତା 140 : 1 (IRVOR)
ଆଶ୍ରୟ ଭିକ୍ଷା
ଗୀତସଂହିତା 140 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; *ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର। *ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି।
ଗୀତସଂହିତା 140 : 3 (IRVOR)
ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। *ସେଲା
ଗୀତସଂହିତା 140 : 4 (IRVOR)
ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
ଗୀତସଂହିତା 140 : 5 (IRVOR)
ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। *ସେଲା
ଗୀତସଂହିତା 140 : 6 (IRVOR)
ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”
ଗୀତସଂହିତା 140 : 7 (IRVOR)
ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।
ଗୀତସଂହିତା 140 : 8 (IRVOR)
ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। *ସେଲା
ଗୀତସଂହିତା 140 : 9 (IRVOR)
ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
ଗୀତସଂହିତା 140 : 10 (IRVOR)
ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
ଗୀତସଂହିତା 140 : 11 (IRVOR)
ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
ଗୀତସଂହିତା 140 : 12 (IRVOR)
ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
ଗୀତସଂହିତା 140 : 13 (IRVOR)
ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।

1 2 3 4 5 6 7 8 9 10 11 12 13