ଗୀତସଂହିତା 142 : 1 (IRVOR)
ସହାୟତା ପାଇଁ ପ୍ରାର୍ଥନା *ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା। *ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; *ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
ଗୀତସଂହିତା 142 : 2 (IRVOR)
ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
ଗୀତସଂହିତା 142 : 3 (IRVOR)
ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
ଗୀତସଂହିତା 142 : 4 (IRVOR)
ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
ଗୀତସଂହିତା 142 : 5 (IRVOR)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
ଗୀତସଂହିତା 142 : 6 (IRVOR)
ମୋ’ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ’ ଅପେକ୍ଷା ବଳବାନ।
ଗୀତସଂହିତା 142 : 7 (IRVOR)
କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।”

1 2 3 4 5 6 7