ଗୀତସଂହିତା 143 : 1 (IRVOR)
ସହାୟତା ପାଇଁ ପ୍ରାର୍ଥନା
ଗୀତସଂହିତା 143 : 2 (IRVOR)
*ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର; *ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ। *ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
ଗୀତସଂହିତା 143 : 3 (IRVOR)
ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।
ଗୀତସଂହିତା 143 : 4 (IRVOR)
ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।
ଗୀତସଂହିତା 143 : 5 (IRVOR)
ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
ଗୀତସଂହିତା 143 : 6 (IRVOR)
ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। *ସେଲା
ଗୀତସଂହିତା 143 : 7 (IRVOR)
ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।
ଗୀତସଂହିତା 143 : 8 (IRVOR)
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
ଗୀତସଂହିତା 143 : 9 (IRVOR)
ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।
ଗୀତସଂହିତା 143 : 10 (IRVOR)
ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
ଗୀତସଂହିତା 143 : 11 (IRVOR)
ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।
ଗୀତସଂହିତା 143 : 12 (IRVOR)
ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।

1 2 3 4 5 6 7 8 9 10 11 12