ଗୀତସଂହିତା 146 : 1 (IRVOR)
{ତ୍ରାଣକର୍ତ୍ତା ପ୍ରଭୁଙ୍କ ସ୍ତୁତିଗାନ} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର। [QBR]
ଗୀତସଂହିତା 146 : 2 (IRVOR)
ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; [QBR] ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି। [QBR]
ଗୀତସଂହିତା 146 : 3 (IRVOR)
ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, [QBR] କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ। [QBR]
ଗୀତସଂହିତା 146 : 4 (IRVOR)
ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; [QBR] ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ। [QBR]
ଗୀତସଂହିତା 146 : 5 (IRVOR)
ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, [QBR] ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ; [QBR]
ଗୀତସଂହିତା 146 : 6 (IRVOR)
ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର [QBR] ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; [QBR] ସେ ସଦାକାଳ ସତ୍ୟ ପାଳନ କରନ୍ତି; [QBR]
ଗୀତସଂହିତା 146 : 7 (IRVOR)
ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; [QBR] ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; [QBR] ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। [QBR]
ଗୀତସଂହିତା 146 : 8 (IRVOR)
ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; [QBR] ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; [QBR] ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। [QBR]
ଗୀତସଂହିତା 146 : 9 (IRVOR)
ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; [QBR] ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; [QBR] ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। [QBR]
ଗୀତସଂହିତା 146 : 10 (IRVOR)
ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, [QBR] ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

1 2 3 4 5 6 7 8 9 10

BG:

Opacity:

Color:


Size:


Font: