ଗୀତସଂହିତା 147 : 1 (IRVOR)
ସର୍ବଶକ୍ତିମାନ ପରମେଶ୍ୱରଙ୍କର ସ୍ତୁତିଗାନ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।
ଗୀତସଂହିତା 147 : 2 (IRVOR)
ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।
ଗୀତସଂହିତା 147 : 3 (IRVOR)
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
ଗୀତସଂହିତା 147 : 4 (IRVOR)
ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
ଗୀତସଂହିତା 147 : 5 (IRVOR)
ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
ଗୀତସଂହିତା 147 : 6 (IRVOR)
ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି।
ଗୀତସଂହିତା 147 : 7 (IRVOR)
ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର;
ଗୀତସଂହିତା 147 : 8 (IRVOR)
ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
ଗୀତସଂହିତା 147 : 9 (IRVOR)
ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।
ଗୀତସଂହିତା 147 : 10 (IRVOR)
ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି।
ଗୀତସଂହିତା 147 : 11 (IRVOR)
ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
ଗୀତସଂହିତା 147 : 12 (IRVOR)
ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର;
ଗୀତସଂହିତା 147 : 13 (IRVOR)
କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।
ଗୀତସଂହିତା 147 : 14 (IRVOR)
ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
ଗୀତସଂହିତା 147 : 15 (IRVOR)
ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।
ଗୀତସଂହିତା 147 : 16 (IRVOR)
ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି।
ଗୀତସଂହିତା 147 : 17 (IRVOR)
ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ ?
ଗୀତସଂହିତା 147 : 18 (IRVOR)
ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ।
ଗୀତସଂହିତା 147 : 19 (IRVOR)
ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି।
ଗୀତସଂହିତା 147 : 20 (IRVOR)
ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20