ଗୀତସଂହିତା 148 : 1 (IRVOR)
{ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; [QBR] ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। [QBR]
ଗୀତସଂହିତା 148 : 2 (IRVOR)
ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; [QBR] ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QBR]
ଗୀତସଂହିତା 148 : 3 (IRVOR)
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QBR] ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QBR]
ଗୀତସଂହିତା 148 : 4 (IRVOR)
ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, [QBR] ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। [QBR]
ଗୀତସଂହିତା 148 : 5 (IRVOR)
ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; [QBR] କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। [QBR]
ଗୀତସଂହିତା 148 : 6 (IRVOR)
ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; [QBR] ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। [QBR]
ଗୀତସଂହିତା 148 : 7 (IRVOR)
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, [QBR] ହେ ତିମିଙ୍ଗିଳ ଓ ସକଳ ବାରିଧି; [QBR]
ଗୀତସଂହିତା 148 : 8 (IRVOR)
ଅଗ୍ନି [* ଅଗ୍ନି ବିଜୁଳି] ଓ ଶିଳା, ହିମ ଓ ବାଷ୍ପ; [QBR] ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; [QBR]
ଗୀତସଂହିତା 148 : 9 (IRVOR)
ପର୍ବତ ଓ ସକଳ ଉପପର୍ବତ; [QBR] ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; [QBR]
ଗୀତସଂହିତା 148 : 10 (IRVOR)
ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; [QBR] ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ; [QBR]
ଗୀତସଂହିତା 148 : 11 (IRVOR)
ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; [QBR] ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। [QBR]
ଗୀତସଂହିତା 148 : 12 (IRVOR)
ଯୁବକ ଓ ଯୁବତୀମାନେ; [QBR] ବୃଦ୍ଧ ଓ ବାଳକମାନେ; [QBR]
ଗୀତସଂହିତା 148 : 13 (IRVOR)
ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; [QBR] କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; [QBR] ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। [QBR]
ଗୀତସଂହିତା 148 : 14 (IRVOR)
ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, [QBR] ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ [QBR] ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

1 2 3 4 5 6 7 8 9 10 11 12 13 14

BG:

Opacity:

Color:


Size:


Font: