ଗୀତସଂହିତା 149 : 1 (IRVOR)
ସ୍ତୁତି ଭଜନ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
ଗୀତସଂହିତା 149 : 2 (IRVOR)
ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
ଗୀତସଂହିତା 149 : 3 (IRVOR)
ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
ଗୀତସଂହିତା 149 : 4 (IRVOR)
କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
ଗୀତସଂହିତା 149 : 5 (IRVOR)
ଭକ୍ତଗଣ ବିଜୟରେ* ବିଜୟରେ ଗୌରବରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;
ଗୀତସଂହିତା 149 : 6 (IRVOR)
ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।
ଗୀତସଂହିତା 149 : 7 (IRVOR)
ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
ଗୀତସଂହିତା 149 : 8 (IRVOR)
ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,
ଗୀତସଂହିତା 149 : 9 (IRVOR)
ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

1 2 3 4 5 6 7 8 9