ଗୀତସଂହିତା 15 : 1 (IRVOR)
ସଦାପ୍ରଭୁଙ୍କ ଆବଶ୍ୟକତା *ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? *ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ?
ଗୀତସଂହିତା 15 : 2 (IRVOR)
ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।
ଗୀତସଂହିତା 15 : 3 (IRVOR)
ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
ଗୀତସଂହିତା 15 : 4 (IRVOR)
ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
ଗୀତସଂହିତା 15 : 5 (IRVOR)
ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।

1 2 3 4 5