ଗୀତସଂହିତା 150 : 1 (IRVOR)
ପରମେଶ୍ୱରଙ୍କ ସ୍ତୁତିଗାନ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;
ଗୀତସଂହିତା 150 : 2 (IRVOR)
ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
ଗୀତସଂହିତା 150 : 3 (IRVOR)
ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
ଗୀତସଂହିତା 150 : 4 (IRVOR)
ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
ଗୀତସଂହିତା 150 : 5 (IRVOR)
ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
ଗୀତସଂହିତା 150 : 6 (IRVOR)
ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

1 2 3 4 5 6