ଗୀତସଂହିତା 16 : 1 (IRVOR)
ନିର୍ଭରଶୀଳ ପ୍ରାର୍ଥନା
ଗୀତସଂହିତା 16 : 2 (IRVOR)
*ଦାଉଦଙ୍କର ମିକ୍ତାମ୍‍ (ଗୀତରତ୍ନ।) *ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ। *ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।
ଗୀତସଂହିତା 16 : 3 (IRVOR)
ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
ଗୀତସଂହିତା 16 : 4 (IRVOR)
ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।
ଗୀତସଂହିତା 16 : 5 (IRVOR)
ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।
ଗୀତସଂହିତା 16 : 6 (IRVOR)
ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।
ଗୀତସଂହିତା 16 : 7 (IRVOR)
ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ।
ଗୀତସଂହିତା 16 : 8 (IRVOR)
ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
ଗୀତସଂହିତା 16 : 9 (IRVOR)
ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ।
ଗୀତସଂହିତା 16 : 10 (IRVOR)
କାରଣ ତୁମ୍ଭେ ମୋ’ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।
ଗୀତସଂହିତା 16 : 11 (IRVOR)
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”

1 2 3 4 5 6 7 8 9 10 11